ମୁମ୍ବାଇ: ବଲିଉଡର ଭାଇଜାନ ସଲମାନଙ୍କ ଖାନ୍ଙ୍କ ଜୀବନ ପ୍ରତି ରହିଛି ବିପଦ । କିଛିଦିନ ତଳେ ସଲମାନ ଖାନ୍ଙ୍କୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ହତ୍ୟା ଧମକ ମିଳିବା ପରେ ତାଙ୍କ ସୁରକ୍ଷା କଡା କଡି କରାଯାଇଥିଲା । ଏବେ ମୁମ୍ବାଇ ପୁଲିସ ତାଙ୍କ ସୁରକ୍ଷାକୁ ଆହୁରି ବାଇ ଦେଇଛି । ବଲିଉଡ ଅଭିନେତା ସଲମାନଙ୍କୁ ହତ୍ୟା ଧମକ ମିଳିବା ପରେ ତାଙ୍କୁ କ୍ୟାଟେଗୋରୀର ସୁରକ୍ଷା ଦିଆଯାଇଥିଲା । କି;ୁ ମୁମ୍ବାଇ ପୁଲିସର ସୁରକ୍ଷା ବ୍ରାଞ୍ଚ ସଲମାନଙ୍କୁ ଏବେ କ୍ୟାଟେଗୋରୀର ସୁରକ୍ଷା ପ୍ରଦାନ କରିଛି ।
ଏହାପୂର୍ବରୁ ସଲମାନ ଖାନଙ୍କ ସହ ଜଣେ ପୁଲିସ ଗାର୍ଡ ସବୁବେଳେ ଅସ୍ତ୍ରଶସ୍ତ୍ରରେ ରହିଥିଲେ । କି;ୁ ବର୍ତ୍ତମାନ ସଲମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଜଣ ପୁଲିସ ଗାର୍ଡ ଅଭିନେତାଙ୍କୁ ୨୪ ଘଣ୍ଟା ସୁରକ୍ଷା ଦେବେ । ସଲମାନ ଖାନଙ୍କ ବ୍ୟତୀତ ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ପତ୍ନୀ ଅମୃତା ଫଡନାଭିସଙ୍କ ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି । ସଲମାନ ଖାନ ଏବଂ ଅମୃତା ଫଡନାଭିସଙ୍କ ସହ ସଶସ୍ତ୍ର ସୁରକ୍ଷାକର୍ମୀ ସର୍ବଦା ନିୟୋଜିତ ରହିବେ ।
Comments are closed.