ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ । ଏଥିଲାଗି ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ହେବ। ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ଖାଲିପଡ଼ିଛି ବାଚସ୍ପତି ପଦ।
ଗତ ମେ ମାସରେ ସମସ୍ତଙ୍କୁ ଚକିତ କରି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ । ସେ ନିଜ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ଜଣାପଡିଛି I ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିଲେ।
ଏଣେ ଆଗାମୀ ୨୨ ତାରଖରୁ ବିଧାସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ଯାଏ ଚାଲିବ। ୩ ତାରିଖରେ ଅତିରିକ୍ତ ବଜେଟ୍ ଆଗତ ହେବା ନେଇ ସୂଚନା ମିଳିଛି । ତେଣେ ଓଡ଼ିଶା ବିଧାନସଭାର ବାଚସ୍ପତି କିଏ ହେବେ ସେ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)