ଭୁବନେଶ୍ୱର: ଉପକୂଳରୁ ଉପାନ୍ତ ସବୁଠି ତାତି। ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡ଼ିଶା। ହୋଲିରେ ହେବ ଟାଇଁ ଟାଇଁ ଖରା। ଚଳିତ ସପ୍ତାହରେ ୪ ଦିନ ପାଇଁ ହିଟ ୱେଭ୍ ଓ୍ୱାର୍ଣ୍ଣିଂ ବା ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରିଛି ପାଣିପାଗ ବିଭାଗ। ୧୩,୧୪, ୧୫ ଓ ୧୬ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସମ୍ଭାଳ ତାତି ଅସ୍ତବ୍ୟସ୍ତ କରିବ ବୋଲି କୁହାଯାଇଛି। ତେବେ ୪ ଦିନ ଯାଏଁ ପ୍ରବଳ ଖରା ନେଇ ୟେଲୋ ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତାକାଲି ଅର୍ଥାତ ୧୩ ତାରିଖରେ ବଲାଙ୍ଗୀର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସେହିପରି ୧୪ ତାରିଖରେ ପ୍ରବଳ ଖରା ନେଇ ୬ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ଅନୁଗୁଳକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ତାରିଖରେ ପ୍ରବଳ ଖରା ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ସୋନପୁର, ଅନୁଗୁଳ ,ବରଗଡ଼ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ୧୬ ତାରିଖରେ ୬ ଜିଲ୍ଲା ବଲାଙ୍ଗୀର, ବୌଦ୍ଧ,ସୋନପୁର,ବରଗଡ଼,ସୁନ୍ଦରଗଡ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।