ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ମୂଳକ ପରିସ୍ଥିତି

0

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ଜୟ ଭୀମ୍‌ ଛାତ୍ର ସଂଗଠନକୁ ବିରୋଧ କରି ସାମୂହିକ ଭାବେ ଏବିଭିପି, ଛାତ୍ର କଂଗେସ ଓ ଅନ୍ୟ ସମସ୍ତ ବାଣୀବିହାର ଛାତ୍ରମାନେ ବିକ୍ଷୋଭ କରିବା ସହ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି । ଘଟଣାସ୍ଥଳରେ ୪ ପ୍ଲାଟୁନ ପୋଲିସ ସହ ୨ ଜଣ ଏସିପି ଉପସ୍ଥିତ ଅଛନ୍ତି ।

ସୂଚନା ଅନୁସାରେ, ଗତକାଲି ଜୟଭୀମ ସଂଗଠନ ତରଫରୁ କାର୍ଯ୍ୟକ୍ରମ ନେଇ ପ୍ରାକ୍ ପ୍ରସ୍ତୁତି ଚାଲିଥିବା ବେଳେ ସଂଗଠନର କିଛି ପିଲାଙ୍କର ବିଶ୍ଵବିଦ୍ୟାଳୟର ଛାତ୍ରଙ୍କ ସହ ବଚସା ହୋଇଥିଲା । ଯାହାର ଆପୋସ ସମାଧାନ ପାଇଁ ଆଜି ଛାତ୍ର ସଂଗଠନ ପଚରାଉଚରା କରିବା ବେଳେ ଗଣ୍ଡଗୋଳ ହୋଇଥିଲା । ଯେଉଁଥିରେ ଜଣେ ଛାତ୍ର ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅନ୍ୟ ୮ ଜଣ ମଧ୍ୟ ଆହତ ହୋଇଛନ୍ତି । ମାଡ଼ ମାରିଥିବା ଜୟଭୀମ କର୍ମୀଙ୍କ ଗିରଫଦାରି ଦାବି କରି ଛାତ୍ରଙ୍କ ବିକ୍ଷୋଭ ଜାରି ରହିଛି ।

 

 

Leave A Reply

Your email address will not be published.