ଭୁବନେଶ୍ୱର : ଆସନ୍ତା ମେ ୨୯ ତାରିଖରେ ନବୀନ ସରକାରଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଯିବ। କ୍ରମାଗତ ବିଜେଡି ୫ ବର୍ଷ ଧରି ସରକାରରେ ରହି ଆସିଛି I ମେ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ I ସବୁ ମନ୍ତ୍ରୀ ନିଜ ବିଭାଗର ପାଞ୍ଚ ପ୍ରମୁଖ କାର୍ଯ୍ୟାବଳୀର ବିବରଣୀ ପ୍ରଧାନ କରିବେ। ୫ଟି ମୋ ସରକାର ଉପକ୍ରମ ସମ୍ପର୍କରେ ତଥ୍ୟ ପ୍ରଧାନ କରିବେ।
ଶାସନ ବ୍ୟବସ୍ଥାରେ ଜନ ଭାଗିଦାରୀକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ୪ର୍ଥ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିର ଅଗ୍ରାଧିକାର ଭିତ୍ତିରେ ପାଳନ ସରକାରଙ୍କ ସର୍ବପ୍ରଥମ ଦାୟିତ୍ୱ। କଥାରେ ନୁହେଁ କାମରେ ବିଶ୍ୱାସ କରୁ, ଏକଥା ଆମେ ସ୍ପଷ୍ଚ ଭାବେ ଓଡ଼ିଶାର ଜନସାଧାରଣଙ୍କ ନିକଟରେ ମଧ୍ୟ ରଖି ସାରିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ମେ ୨୨ ତାରିଖରୁ ବିଭିନ୍ନ ବିଭାଗର ସମୀକ୍ଷା କରାଯିବ।
ସୂଚନାନୁସାରେ, ମଇ ମାସ ୨୨ ତାରିଖରେ କୃଷି ଏବଂ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହେବ। ୨୩ ତାରିଖରେ ପୂର୍ତ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ , ୨୪ ତାରିଖରେ ପଞ୍ଚାୟତିରାଜ, ବାଣିଜ୍ୟ ଓ ପରିବହନ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସମୀକ୍ଷା ବୈଠକ ହେବ। ୨୫ ତାରିଖରେ ଜଳସମ୍ପଦ, ଉଚ୍ଚ ଶିକ୍ଷା, ୨୬ ତାରିଖରେ ଗୃହ ଓ ନଗର ଉନ୍ନୟନ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ। ସେହିପରି ୨୭ ତାରିଖରେ ମିଶନ ଶକ୍ତି, ଦକ୍ଷତା ବିକାଶ, ୨୯ ତାରିଖରେ ଗ୍ରାମ୍ୟ ଉନ୍ନୟନ, ୩୦ ତାରିଖରେ ଏସ୍ଟି ଏବଂ ଏସ୍ସି ଉନ୍ନୟନ, ୩୧ ତାରିଖରେ କ୍ରୀଡ଼ା ଏବଂ ଯୁବସେବା, ମହିଳା ଓ ଶିଶୁ ବିକାଶ, ଶକ୍ତି ବିଭାଗର ବୈଠକ ଅନୁଷ୍ଠିତ ହେବ। ସେହିପରି ଜୁନ୍ ପହିଲାରେ ପର୍ଯ୍ୟଟନ ଏବଂ ସାମାଜିକ ସଶକ୍ତିକରଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)