ଆଜି ୪ଟି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ବାରିପଦା: ଆଜି ୪ଟି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ I ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ। ସୁପ୍ରିମୋଙ୍କ ଗସ୍ତକୁ ନେଇ ବାରିପଦା ବିଜେଡି ନେତା ଓ କର୍ମୀ ବେଶ ଉତ୍ସାହିତ ଅଛନ୍ତି ।

ସୂଚନାନୁସାରେ, ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜୁନ ୧ ତାରିଖରେ ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଅନୁଷ୍ଠିତ ହେବ ।

Har Ghar Tiranga