ତାତିରୁ ମିଳିବ ଆଶ୍ବସ୍ତି ୨ ଦିନ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ତାତିରୁ ମିଳିବ ଆଶ୍ବସ୍ତି । ରାଜ୍ୟରେ ବଦଳିବ ପାଣିପାଗ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ଆହୁରି ଦୁଇ ଦିନ କାଳବୈଶାଖୀ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ତେବେ ଗୁରୁବାର ରାଜ୍ୟର ୨୫ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ସେହିପରି ୧୧ ଓ ୧୨ ତାରିଖରେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

କନ୍ଧମାଳ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଏହି ୬ ଜିଲାରେ ୩୦ ରୁ ୪୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି । ସେହିପରି ବର୍ଷା ଓ ଝଡ଼ ପବନ ପାଇଁ ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେଥିରୁ ୧୯ ଜିଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.