ବଡ଼ଗାଁ : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ । ରାମନବମୀ ଯାତ୍ରା ଦେଖି ଫେରୁଥିବା ବେଳେ ଟ୍ରକ ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମଙ୍ଗଳବାର ସକାଳେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ମୃତକମାନେ ବିରତୁଲା ଗ୍ରାମର ବୋଲି ସୂଚନା ମିଳିଛି।
ଖବର ଅନୁସାରେ, ବିଋତୁଳ ଗାଁର ୩ଜଣ ଯୁବକ ଏକ ବାଇକ୍ ଯୋଗେ ରାମନବମୀ ଯାତ୍ରା ଦେଖି ଘରକୁ ଫେରୁଥିଲେ। ହେଲେ ମରିଚିମୁଣ୍ଡା ନିକଟରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବାଇକ୍କୁ ଧକ୍କା ଦେଇ ଫେରାର ହୋଇଥିଲା। ଫଳରେ ୩ଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଏହାପରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ସହାୟତାରେ ତିନି ଜଣ ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତିନି ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି । ୩ ଯୁବକଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକର ଛାୟା ଖେଳି ଯାଇଛି। ତୁରନ୍ତ ଗାଡି ଚାଳକଙ୍କୁ ଗିରଫ କରି ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହୋଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।