ଆଜି ଶ୍ରୀମନ୍ଦିରରେ ପାଳିତ ହେବ ମହାପ୍ରଭୁଙ୍କ ରମାଭିଷେକ ନୀତି

0

ପୁରୀ : ଆଜି ପବିତ୍ର ଶ୍ରବଣା ନକ୍ଷତ୍ର । ଶ୍ରୀମନ୍ଦିରରେ ପାଳିତ ହେବ ମହାପ୍ରଭୁଙ୍କ ରମାଭିଷେକ ନୀତି । ମଧ୍ୟାହ୍ନ ଧୂପରେ ରାତିରେ ଏହି ନୀତି ପାଳିତ ହେବ । ତ୍ରେତୟା ଯୁଗରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ ଏଥିପାଇଁ ଏହି ଦିନରେ ପ୍ରତିବର୍ଷ ଶ୍ରୀ ମନ୍ଦିରରେ ରମାଭିଷେକ ନୀତି ପାଳିତ ହୋଇ ଆସୁଛି । ଏହା ସହିତ ଶ୍ରୀରାମନବମୀରୁ ଆରମ୍ଭ ହୋଇଥିବା ସାହିଯାତ ଆଜି ଶେଷ ହେବ । ଶେଷ ଦିନରେ ଗୌଡ଼ବାଡ଼ ସାହି ପାଳନ କରିବ ନୀତି ।

ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବେ । ଏହାପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ ।

ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀ ସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବେ । ଏହାପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ ।

Leave A Reply

Your email address will not be published.