ଦିଲ୍ଲୀ: ସେପ୍ଟେମ୍ବର ୧୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩, ୩୭୬ ରହିଛି । ଆଜିର ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ୩ କୋଟି ୩୨ ଲକ୍ଷ ୧୧୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜି ୩୨,୧୯୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସୁସ୍ଥତା ହାର ୯୭.୪୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୩ ଲକ୍ଷ ୭୪ ହଜାର ୪୯୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୯୧ ହଜାର ୫୧୬ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୦୮ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ମୋଟ ୪ ଲକ୍ଷ ୪୨ ହଜାର ୩୪୦ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨. ୨୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୧୦ ପ୍ରତିଶତ ରହିଛି । ଦେଶରେ ୭୩.୦୫ କୋଟିରୁ ଅଧିକ କରୋନା ଟିକା ନେଇସାରିଲେଣି ।
Comments are closed.