ଦିଲ୍ଲୀ: ଅକ୍ଟୋବର ୨୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪, ୬୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୯, ୪୪୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୪ ଲକ୍ଷ ୭୮ ହଜାର ୨୪୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୮ ହଜାର ୦୯୮ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୧୯୪ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୨ ହଜାର ୬୫୧ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୩୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୦ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୯୯.୧୨ କୋଟିରୁ ଅଧିକ କରୋନା ଟିକା ନେଇ ସାରିଲେଣି ।
Comments are closed.