ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୩ ହଜାର ୧୬୬ ଜଣ ସଂକ୍ରମିତ ଏବଂ ୨୬ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ଫେବୃଆରୀ ୨୫ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ହଜାର ୧୬୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୯୮୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୪୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୨ ଲକ୍ଷ ୪୬ ହଜାର ୮୮୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୩୦୨ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୩୪ ହଜାର ୨୩୫ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୧. ୨୮ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୧. ୪୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୬. ୮୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.