ଦିଲ୍ଲୀ: ମାର୍ଚ୍ଚ ୦୭ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୩୬୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୯ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୯୮ ହଜାର ୦୯୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୬ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୫୪ ହଜାର ୧୧୮ ରହିଛି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୭୧ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୭୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୮. ୯୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.