ଦିଲ୍ଲୀ: ମାର୍ଚ୍ଚ ୨୧ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୫୪୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ହଜାର ୬୫୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୬୭ ହଜାର ୭୭୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ କରୋନାରେ ୩୧ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୫ ଲକ୍ଷ ୧୬ ହଜାର ୫୧୦ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୪୦ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୧. ୨୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.