୨୪ ଘଣ୍ଟାରେ ଦେଶରେ ୧୫, ୭୮୬ କରୋନା ସଂକ୍ରମିତ ଏବଂ ୧୮, ୬୪୧ ସୁସ୍ଥ

ଦିଲ୍ଲୀ: ଅକ୍‌ଟୋବର ୨୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫, ୭୮୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୮, ୬୪୧ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮. ୧୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୫ ଲକ୍ଷ ୧୪ ହଜାର ୪୪୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୭୪୫ ରହିଛି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୩୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୩ ହଜାର ୪୨ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୩୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୯ ପ୍ରତିଶତ ରହିଛି ।
ଅନ୍ୟପକ୍ଷେ, ଭାରତ ଟିକାକରଣରେ ଅନ୍ୟ ଦେଶକୁ ପଛରେ ପକାଇ ଇତିହାସ ରଚିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୦୦.୫୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.