ପୁଣି ଦେଶରେ ବଢ଼ିଲାଣି କରୋନା: ୨୪ ଘଣ୍ଟାରେ ୨ ହଜାରରୁ ଅଧିକ ସଂକ୍ରମିତ ଓ ୫୬ ମୃତ

ଦିଲ୍ଲୀ: ଏପ୍ରିଲ ୨୧ : ଦୁଇ ଦିନ ହେବ ଦେଶରେ କରୋନ ଗ୍ରାଫ୍‌ ପୁଣି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୩୮୦ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୪୯ ହଜାର ୯୭୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୨୩୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୧୪ ହଜାର ୪୭୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୫୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୨ ହଜାର ୦୬୨ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୩ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୭. ୦୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.