୨୪ ଘଣ୍ଟାରେ ଦେଶରେ ୨,୦୨୨ କରୋନା ସଂକ୍ରମିତ ଚିହ୍ନଟ ଓ ୪୬ ମୃତ

ଦିଲ୍ଲୀ: ମେ ୨୩ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୦୨୨ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୩୮ ହଜାର ୩୯୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୪ ହଜାର ୮୩୨ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ସେହିପରି ଆଜି ୨, ୦୯୯ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୯୯ ହଜାର ୧୦୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ୪୬ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୪୫୯ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Har Ghar Tiranga