ଦେଶରେ ବଢ଼ୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ସଂକ୍ରମିତ ସଂଖ୍ୟା ୪ ହଜାରକୁ ଛୁଇଁଲା, ୧୦ ମୃତ

ଦିଲ୍ଲୀ: ଜୁନ୍‌ ୦୩ : ଦେଶରେ ଧୀରେ ଧୀରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଗତକାଲି ସଂକ୍ରମିତଙ୍କ ୩ ହଜାର ଥିଲା ବେଳେ ଆଜି ତାହା ଆଉ ଏକ ହଜାରକୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ , ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୦୪୧ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୬୮ ହଜାର ୫୮୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୨୧ ହଜାର ୧୭୭ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ସେହିପରି ଆଜି ୨, ୩୬୩ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୨୨ ହଜାର ୭୫୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୦ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୬୫୧ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Har Ghar Tiranga