ଦିଲ୍ଲୀ: ଜୁନ୍ ୨୦ : ଦେଶରେ କରୋନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୭୮୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୩ ଲକ୍ଷ ୦୯ ହଜାର ୪୭୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।
ମହାରାଷ୍ଟ୍ରରେ ସର୍ବାଧିକ ୪, ୦୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୩, ୩୭୬ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୭୬ ହଜାର ୭୦୦ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ଅନ୍ୟପକ୍ଷରେ, ଆଜି ୮ ହଜାର ୫୩୭ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୭ ଲକ୍ଷ ୦୭ ହଜାର ୯୦୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୮ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୮୭୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)