ସ୍ଥିର ରହିଛି ଦେଶର କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୧୨ ହଜାରରୁ ଅଧିକ ସଂକ୍ରମିତ

ଦିଲ୍ଲୀ: ଜୁନ୍‌ ୨୨ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୨୪୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୩ ଲକ୍ଷ ୩୧ ହଜାର ୬୪୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୩ ହଜାର ୬୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୨ ହଜାର ୬୦୯ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୮୧ ହଜାର ୬୮୭ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ଅନ୍ୟପକ୍ଷରେ, ଆଜି ୯ ହଜାର ୮୬୨ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୭ ଲକ୍ଷ ୨୫ ହଜାର ୦୫୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୩ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୯୦୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Har Ghar Tiranga