ଦିଲ୍ଲୀ: ଜୁଲାଇ ୨୩ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧ ହଜାର ୪୧୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୮ ଲକ୍ଷ ୬୮ ହଜାର ୪୭୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।
ମହାରାଷ୍ଟ୍ରରେ ସର୍ବାଧିକ ୨ , ୫୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ କେରଳରେ ୨, ୪୭୭ ଓ ତାମିଲନାଡୁରେ ୨,୦୩୩ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ଏକ ଲକ୍ଷ ୫୦ ହଜାର ୧୦୦ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ଅନ୍ୟପକ୍ଷରେ, ଆଜି ୨୦ ହଜାର ୭୨୬ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୧ ଲକ୍ଷ ୯୨ ହଜାର ୩୭୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୬୭ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୫ ହଜାର ୯୯୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)