ଦେଶରେ ବଢ଼ୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୩, ୦୯୧ ସଂକ୍ରମିତ ଓ ୩୪୦ ମୃତ

ଦିଲ୍ଲୀ: ନଭେମ୍ବର ୧୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩, ୦୯୧ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୩, ୮୭୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୯୨୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୩୮ ହଜାର ୫୫୬ ରହିଛି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୪୦ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ ୪, ୬୨, ୧୮୯ କରୋନା ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୧୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୧୦. ୨୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.