ଦିଲ୍ଲୀ: ନଭେମ୍ବର ୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨, ୫୧୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୩, ୧୫୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୧୪ ହଜାର ୮୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୩୭ ହଜାର ୪୧୬ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୫୦୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ ୪, ୬୨, ୬୯୦ କରୋନା ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୦୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୧୦. ୭୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.