ଦିଲ୍ଲୀ: ନଭେମ୍ବର ୧୫: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୨୨୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୯୨୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୪୯ ହଜାର ୭୮୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୩୪ ହଜାର ୯୬ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୧୨. ୩୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.