୨୪ ଘଣ୍ଟାରେ ଦେଶରେ ୧୦, ୧୯୭ କରୋନା ସଂକ୍ରମିତ ଓ ୩୦୧ ମୃତ

ଦିଲ୍ଲୀ: ନଭେମ୍ବର ୧୭: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୧୯୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୧୩୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମତିଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮. ୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୭୩ ହଜାର ୮୯୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୮ ହଜାର ୫୫୫ ରହିଛି । ୨୪ ଘଣ୍ଟାରେ ଦେଶରେ ୩୦୧ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୪ ହଜାର ୧୫୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୮୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୧୩. ୬୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.