୨୪ ଘଣ୍ଟାରେ ଦେଶରେ ୬, ୯୮୪ କରୋନା ସଂକ୍ରମିତ ଏବଂ ୨୪୭ ମୃତ

ଦିଲ୍ଲୀ: ଡିସେମ୍ବର ୧୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୯୮୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୧୬୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୪୬ ହଜାର ୯୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୭ ହଜାର ୫୬୨ ରହିଛି । ୨୪ ଘଣ୍ଟାରେ ଦେଶରେ ୨୪୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୬ ହଜାର ୧୩୫ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୪.୬୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.