ଦିଲ୍ଲୀ: ଜାନୁଆରୀ ୦୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮, ୦୯୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୫, ୩୮୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୦୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୩ ଲକ୍ଷ ୨୧ ହଜାର ୮୦୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ଲକ୍ଷ ୧୪ ହଜାର ୦୦୪ ରହିଛି ଏବଂ ୫୩୪ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୫୫୧ କୁ ବୃଦ୍ଧି ପାଇଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୬୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୪. ୧୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୪୭ .୭୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୨, ୧୩୫ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୮୨୮ ଜଣ ସୁସ୍ଥ ହୋଇସାରିଛନ୍ତି ।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)