୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣ ୨ ଲକ୍ଷ ୬୦ ହଜାର ଉପରକୁ, ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୫, ୭୫୩

ଦିଲ୍ଲୀ: ଜାନୁଆରୀ ୧୪ :କୋଭିଡ ସଂକ୍ରମଣ ଦେଶରେ ଲମ୍ବା ଡିଆଁ ମାରିଛି । ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୬୪ ହଜାର ୨୦୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୦୯ ହଜାର ୩୪୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୫. ୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୮ ଲକ୍ଷ ୨୪ ହଜାର ୭୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୨ ଲକ୍ଷ ୭୨ ହଜାର ୦୭୩ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୧. ୮୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୪. ୭୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୫ .୩୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୫, ୭୫୩ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି ।

Har Ghar Tiranga