୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୦ ହଜାର ଉପରକୁ କରୋନା ସଂକ୍ରମିତ ଏବଂ ୭୦୩ ମୃତ

ଦିଲ୍ଲୀ: ଜାନୁଆରୀ ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୭ ହଜାର ୨୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୫୧ ହଜାର ୭୭୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୫୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୬୦ ଲକ୍ଷ ୫୮ ହଜାର ୮୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୦ ଲକ୍ଷ ୧୮ ହଜାର ୮୨୫ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୬. ୫୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୭. ୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୬୦ . ୪୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୯ ହଜାର ୬୯୨ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି ।

Har Ghar Tiranga