ଦିଲ୍ଲୀ: ଫେବୃଆରୀ ୨ : କିଛି ଦିନ ହେବ ଲଗାତାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୬୧ ହଜାର ୩୮୬ ରହିଛି ।
ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୮୧ ହଜାର ୧୦୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୯୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୯୫ ଲକ୍ଷ ୧୧ ହଜାର ୩୦୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୬ ଲକ୍ଷ ୨୧ ହଜାର ୬୦୩ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୪. ୧୫ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୯ .୬୨ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୧, ୭୩୩ ଜଣ ପ୍ରାଣ ହରାଛନ୍ତି । ଏମାନଙ୍କୁ ମିଶାଇ ଏବେ ଦେଶରେ ୪ ଲକ୍ଷ ୯୭ ହଜାର ୯୭୫ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।
ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୬୭. ୨୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.