କମୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୩୪, ୧୧୩ ସଂକ୍ରମିତ

ଦିଲ୍ଲୀ: ଫେବୃଆରୀ ୧୪ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪ ହଜାର ୧୧୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୯୧ ହଜାର ୯୩୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭. ୬୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୬ ଲକ୍ଷ ୭୭ ହଜାର ୬୪୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୮୮୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୩. ୯୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୩ . ୧୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୨. ୯୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.