୨୪ ଘଣ୍ଟାରେ ରାଜ୍ୟରେ ୪୬୭ କରୋନା ସଂକ୍ରମିତ ଓ ୫୭୩ ସୁସ୍ଥ

ଭୁବନେଶ୍ୱର: ଅକ୍‌ଟୋବର ୨୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୭ ହଜାର ୫୨୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୫୭୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୪ ହଜାର ୪୨୨ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୦୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୭୪୭ ରହିଛି ।

 

 

 

 

Comments are closed.