ଭୁବନେଶ୍ୱର: ଅକ୍ଟୋବର ୨୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨, ୦୯୧ ସ୍ୱାବ ଟେଷ୍ଟ ମଧ୍ୟରୁ ୫୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୯ ହଜାର ୮୧୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୯୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୬ ହଜାର ୭୭୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୧୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୬୭୩ ରହିଛି ।
Covid-19 Report For 26th October
New Positive Cases 549
Of which 0-18 years: 70
In quarantine: 318
Local contacts: 231(Details of local contacts will be shared by concerned District)
1. Angul: 2
2. Balasore: 12
3. Bargarh: 2
4. Bhadrak: 4
5. Balangir: 1— I & PR Department, Odisha (@IPR_Odisha) October 27, 2021
https://twitter.com/IPR_Odisha/status/1453209162779742213
Comments are closed.