୨୪ ଘଣ୍ଟାରେ ରାଜ୍ୟରେ ୨୭୧ ଜଣ କରୋନା ସଂକ୍ରମିତ ଏବଂ ୨ ମୃତ

ଭୁବନେଶ୍ୱର: ନଭେମ୍ବର ୧୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨,୦୧୦ ସ୍ୱାବ ଟେଷ୍ଟ ମଧ୍ୟରୁ ୨୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୦ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୫୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୪ ହଜାର ୬୯୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୩୪୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୭୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୯୩୨ ରହିଛି ।

Comments are closed.