୨୪ ଘଣ୍ଟାରେ ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଏବଂ ୩୦୮ ସୁସ୍ଥ

ଭୁବନେଶ୍ୱର: ନଭେମ୍ବର ୧୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୨୯ ଜଣ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୬୫୨ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୮୮୪ ରହିଛି ।

Comments are closed.