୨୪ ଘଣ୍ଟାରେ ରାଜ୍ୟରେ ୨୨୬ ଜଣ କରୋନା ସଂକ୍ରମିତ ଏବଂ ୨ ମୃତ

ଭୁବନେଶ୍ୱର: ନଭେମ୍ବର ୧୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୦୮୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ୨୪ ଘଣ୍ଟାରେ ୨ଜଣ ସଂକ୍ରମିତଙ୍କର ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୩୮୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ସେହିପରି ୨୪ ଘଣ୍ଟାରେ ୨୩୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୪ ହଜାର ୯୯୫ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୬୫୭ ରହିଛି ।

Comments are closed.