୨୪ ଘଣ୍ଟାରେ ରାଜ୍ୟରେ ୨୮୮ ଜଣ କରୋନା ସଂକ୍ରମିତ ଏବଂ ୩ ମୃତ

ଭୁବନେଶ୍ୱର: ନଭେମ୍ବର ୨୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୫୪୬ ସ୍ୱାବ ଟେଷ୍ଟ ମଧ୍ୟରୁ ୨୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୬୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୭ ହଜାର ୬୭୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୫୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାର ୦୦୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୯୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୨୨୧ ରହିଛି ।

Comments are closed.