୨୪ ଘଣ୍ଟାରେ ରାଜ୍ୟରେ ୧୨୩ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୪୪ ସୁସ୍ଥ

ଭୁବନେଶ୍ୱର: ଡିସେମ୍ବର ୨୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫, ୦୮୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୦୦୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୯୨୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୫୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୫୭୨ ରହିଛି ।

Comments are closed.