୨୪ ଘଣ୍ଟାରେ ରାଜ୍ୟରେ ୬୮୦ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୪୬ ସୁସ୍ଥ

ଭୁବନେଶ୍ୱର: ଜାନୁଆରୀ ୦୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୮୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୬ ହଜାର ୬୬୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ ହଜାର ୨୫୫ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୮୮୮ ରହିଛି ।

Comments are closed.