୨୪ ଘଣ୍ଟାରେ ରାଜ୍ୟରେ ୪ ହଜାରରୁ ଅଧିକ କରୋନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଜାନୁଆରୀ ୧୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪, ୩୦୪ ସ୍ୱାବ ଟେଷ୍ଟ ମଧ୍ୟରୁ ୪, ୮୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨, ୮୨୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨, ୦୦୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୭୫ ହଜାର ୬୯୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୮୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦, ୫୬୦ ରହିଛି ।

Comments are closed.