୨୪ ଘଣ୍ଟାରେ ରାଜ୍ୟରେ ୩, ୩୨୯ କରୋନା ସଂକ୍ରମିତ ଏବଂ ୧୮ ମୃତ

ଭୁବନେଶ୍ୱର: ଜାନୁଆରୀ ୩୧ :୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬, ୭୦୮ ସ୍ୱାବ ଟେଷ୍ଟ ମଧ୍ୟରୁ ୩, ୩୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୦୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ନୂଆ ସଂକ୍ରମଣଙ୍କ ମଧ୍ୟରୁ ୧,୯୩୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧, ୩୯୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୪୯ ହଜାର ୨୪୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୯ ହଜାର ୧୯୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୧ ଲକ୍ଷ ୯୩ ହଜାର ୩୬୫ ଜଣ ସୁସ୍ଥ ହୋଇସାରିଲେଣି । ସେହିପରି ଦେଶରେ କରୋନରେ ୧୮ ଜଣଙ୍କର ମୃତୁ୍ୟ ହୋଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ କରୋନାରେ ୮ ହଜାର ୬୧୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୭ ହଜାର ୨୧୦ ରହିଛି ।

Comments are closed.