୨୪ ଘଣ୍ଟାରେ ରାଜ୍ୟରେ ୩, ୬୨୯ କରୋନା ସଂକ୍ରମିତ ଏବଂ ୬, ୦୬୭ ସୁସ୍ଥ

ଭୁବନେଶ୍ୱର: ଫେବୃଅରୀ ୦୩ :୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାର ୬୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୧୫ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ନୂଆ ସଂକ୍ରମଣଙ୍କ ମଧ୍ୟରୁ ୨, ୧୧୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧, ୫୧୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୫୯ ହଜାର ୪୦୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଖୋର୍ଦ୍ଧାରେ ସର୍ବାଧିକ ୭୧୬ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ।

ସେହିପରି ୨୪ ଘଣ୍ଟାରେ ୬ ହଜାର ୦୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୨ ଲକ୍ଷ ୧୫ ହଜାର ୩୮୦ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫ ହଜାର ୩୦୬ ରହିଛି ।

Comments are closed.