୨୪ ଘଣ୍ଟାରେ ରାଜ୍ୟରେ ୫୫୬ କରୋନା ସଂକ୍ରମିତ ଏବଂ ୪ ମୃତ

ଭୁବନେଶ୍ୱର: ଅକ୍‌ଟୋବର ୧୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୦୨୬ ସ୍ୱାବ ଟେଷ୍ଟ ମଧ୍ୟରୁ ୫୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୩୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୯୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୮୪୬ ରହିଛି ।

 

 

 

Comments are closed.