୨୪ ଘଣ୍ଟାରେ ଦେଶରେ ୧୨, ୫୧୪ କରୋନା ସଂକ୍ରମିତ ଏବଂ ୧୨, ୭୧୮ ସୁସ୍ଥ

ଦିଲ୍ଲୀ: ନଭେମ୍ବର ୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨, ୫୧୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୬ ଲକ୍ଷ ୬୮ ହଜାର ୫୬୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୫୮ ହଜାର ୮୧୭ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୫୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ ୪, ୫୮, ୪୩୭ କରୋନା ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୪୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୦୬. ୩୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.