୨୪ ଘଣ୍ଟାରେ ଦେଶରେ ୩୪, ୪୦୩ କରୋନ ସଂକ୍ରମିତ ଓ ୩୭, ୯୫୦ ସୁସ୍ଥ

ଦିଲ୍ଲୀ: ସେପ୍‌ଟେମ୍ବର ୧୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪, ୪୦୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୭, ୯୫୦ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର ଖବର । ସେହିପରି ସୁସ୍ଥତା ହାର ସର୍ବାଧିକ ୯୭.୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୫ ଲକ୍ଷ ୯୮ ହଜାର ୪୨୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୫୬ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୪୮ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୪ ହଜାର ୨୭୬ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୯୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୩ କୋଟି ୩୩ ଲକ୍ଷ ୮୦ ହଜାର ୫୨୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।

Comments are closed.