୨୪ ଘଣ୍ଟାରେ ରାଜ୍ୟରେ ୬୦୨ କରୋନା ସଂକ୍ରମିତ ଏବଂ ୬ ମୃତ

ଭୁବନେଶ୍ୱର: ସେପ୍‌ଟେମ୍ବର ୩୦ : ଆଜି ରାଜ୍ୟରେ ୬୮, ୨୫୪ ସ୍ୱାବ ଟେଷ୍ଟ ମଧ୍ୟରୁ ୬୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୬ ହଜାର ୪୭୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୬୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୨ ହଜାର ୫୮୩ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୬୪୨ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୯୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

Comments are closed.