ଦିଲ୍ଲୀ: ଅକ୍ଟୋବର ୨୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨, ୪୨୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୫, ୯୫୧ ଜଣ ସୁସ୍ଥ ହୋଇଛନ୍ତି । କେରଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ୬, ୬୬୪ ରହିଛି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮. ୧୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୫ ଲକ୍ଷ ୮୩ ହଜାର ୩୧୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୬୩ ହଜାର ୮୧୬ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୫୬ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୫ ହଜାର ୬୮ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୨୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୦୨.୯୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.